ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇ ୧୩୦୦ ଟପିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ହ୍ରାସ ପାଇଥିଲେ ବି ୧୭୦୦୦ ତଳେ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୨୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୩୨୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୫୭,୧୪୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୯ଜଣଙ୍କ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୪୬୧ରେ ପହଞ୍ଚିଛି। ଏଥିରେ ପିଛିଲା ଭାବେ କେରଳ ୫ ମୃତ୍ୟୁ ସାମିଲ କରିଛି।
Image Courtesy of Pardaphashଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୧୦,୫୯୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୦୯୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୪%।
Image Courtesy of The Financial Expressସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୬୭,୮୦,୬୯୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୬୪,୬୨୯ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/Corona-in-India-on-3rd-November_Thumbnail.jpg)