ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୩୨ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାର ତଳେ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୨,୩୬୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୭୧୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୫,୭୪,୩୫୦ ଓ ମୃତ୍ୟୁସଂଖ୍ୟା ୩,୪୦,୭୦୨ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୦୭,୦୭୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୫,୭୯,୬୫୫ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/06/cvii-1024x768.gif)
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬,୩୫,୯୯୩।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୨,୪୧,୦୯,୪୪୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
/sambad/media/post_attachments/wp-content/uploads/2021/06/cvi-1.jpeg)
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୩ ତାରିଖ ସୁଦ୍ଧା ସମୁଦାୟ ୩୫,୭୪,୩୩,୮୪୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୭୫,୪୨୮ଟି ନମୁନା।