ଆଜି ୧୪୦୦ ତଳେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୧୮୦୦୦ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୧୪୦୦ ତଳେ ଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦୦୦ ତଳେ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୨୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୩୨୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୫୩,୫୯୨ରେ ପହଞ୍ଚିଛି।

Image Courtesy of NDTV

ଗତ ୨୪ ଘଣ୍ଟାରେ ହୋଇଥିବା ୮ଜଣକ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୯,୦୨୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୦୬,୫୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭,୯୧୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୪%।

Image Courtesy of Mint

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୬୩,୮୨,୮୮୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୮୩,୧୬୭ଟି ନମୁନା।

ସମ୍ବନ୍ଧିତ ଖବର