ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ଦ୍ରୁତ ହ୍ରାସ ପାଇ ୧୩ ହଜାରରୁ ସାମାନ୍ୟ ଅଧିକ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୪.୨୧% ଏବଂ ସାପ୍ତାହିକ ପଜିଟିଭିଟି ହାର ୩.୮୭୦% ଥିବା ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୨୭୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୬ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୩,୨୭୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୩,୨୭,୮ରେ ୯୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୨୮୯ରେ ପହଞ୍ଚିଛ। ଏହାଛଡ଼ା, ଆଜିର ମୃତ୍ୟୁ ତାଲିକାରେ କେରଳ ପିଛିଲା ଭାବେ ଆଉ ୬ଜଣଙ୍କ ମୃତ୍ୟୁ ସଂଯୋଗ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୯୦୦ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୬,୯୯,୪୩୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୫୮% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୧,୧୬୬ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୨୩%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୯,୪୦,୪୮,୧୪୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୨୧,୮୮,୨୮୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୧୫,୨୩୧ଟି ନମୁନା।