୨୪ ଘଣ୍ଟାରେ ଦେଶରେ ୧୩,୩୧୩ ଜଣ ଆକ୍ରାନ୍ତ; ୩୮ଜଣ ମୃତ

୨୪ ଘଣ୍ଟାରେ ଦେଶରେ ୧୩,୩୧୩ ଜଣ ଆକ୍ରାନ୍ତ; ୩୮ଜଣ ମୃତ

Image Courtesy of News Nation

ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇ ୧୩ ହଜାର ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୩୧୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୮ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୩,୩୧୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୩୪୪୯୫୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୯୪୧ରେ ପହଞ୍ଚିଛି।

publive-image Image Courtesy of The Indian Express

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦୯୭୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୩୬୦,୨୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮୩୯୯୦।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୬,୬୨,୧୧,୯୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୯୪,୯୩,୩୮୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୫୬,୪୧୦ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe