ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ଦେଢ଼ ହଜାରରୁ ଯଥେଷ୍ଟ କମ୍‌ ରହିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୩୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୨ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୨୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୫,୭୭୫ରେ ପହଞ୍ଚିଛି।

publive-image Image Courtesy of Free Press Journal

ଗତ ୨୪ ଘଣ୍ଟାରେ ହୋଇଥିବା ୫୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୧୮୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୯୧୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୦,୯୨୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୩୬୭୨।

publive-image Image Courtesy of On Manorama

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୪,୩୧,୮୯,୩୭୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୯୭,୭୦,୯୫୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୦୬,୦୩୬ଟି ନମୁନା।