ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା କିଛି ବୃଦ୍ଧି ପାଇ ୧୦୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲିଠରୁ ହ୍ରାସ ପାଇଥିଲେ ବି ୨୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୩୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୧,୪୯୫ରେ ପହଞ୍ଚିଛି।
Image Courtesy of Mintଗତ ୨୪ କୋଭିଡ୍-୧୯ଜନିତ କୌଣସି ମୃତ୍ୟୁ ରେକର୍ଡ କରାଯାଇ ନ ଥିବାରୁ ମୃତ୍ୟୁସଂଖ୍ୟା ୫,୩୦,୭୨୮ରେ ଅପରିବର୍ତ୍ତିତ ରହିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୮,୮୧୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୬୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।
Image Courtesy of Mintସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୨୦,୩୯,୮୧୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୮୦,୭୨୧ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/01/Corona-in-India-on-19th-January_Thumbnail.jpg)