ଆଜି ଦେଶରେ ୧୩୫ ନୂଆ କୋଭିଡ୍‌-୧୯ ସଂକ୍ରମଣ; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୦୦ ଉପରେ

ଆଜି ଦେଶରେ ୧୩୫ ନୂଆ କୋଭିଡ୍‌-୧୯ ସଂକ୍ରମଣ; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୦୦ ଉପରେ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୧୫୦ ତଳକୁ ଚାଲି ଆସିଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇ ୩୫୦୦ ଉପରକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୩୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୬,୦୮୭ରେ ପହଞ୍ଚିଛି।

publive-image Image Courtesy of Zee News

ସେହିପରି, ପିଛିଲା ‌ଭାବେ କେରଳ ୨ଜଣଙ୍କ ମୃତ୍ୟୁ ଯୋଗ କରିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୭୪କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୧,୮୫୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୫୫୯ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

publive-image Image Courtesy of The Economic Times

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୦୦,୪୪,୬୭୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୬୧,୭୦୧ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe