ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା କିଛି ପରିମାଣରେ ହ୍ରାସ ପାଇ ୧୪ ହଜାର ପାଖାପାଖି ହୋଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୩.୬୯% ଏବଂ ସାପ୍ତାହିକ ପଜିଟିଭିଟି ହାର ୪.୫୭% ଥିବା ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୦୯୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୧ ମୃତ୍ୟୁ ରେକର୍ଡ କରାଯାଇଛି। ଏଥିରେ କେରଳ ରାଜ୍ୟରୁ ୧୨ଟି ମୃତ୍ୟୁ ପିଛିଲା ଭାବେ ସଂଯୋଗ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୪,୦୯୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୫୩,୪୬୪ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/08/cvii-10-1024x630.jpg)
ଗତ ୨୪ ଘଣ୍ଟାରେ ହୋଇଥିବା ୪୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୦୩୭ରେ ପହଞ୍ଚିଛ।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬,୪୫୬ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୬,୦୯,୫୬୬।
ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ୨,୪୦୩ ହ୍ରାସ ପାଇ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୮୬୧ ଥିବା ରେକର୍ଡ କରାଯାଇଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୭,୯୯,୬୩,୫୫୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୦୨,୮୨,୧୦୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୮୧,୮୬୧ଟି ନମୁନା।