୨୪ ଘଣ୍ଟାରେ ଦେଶରେ ୧୪,୧୪୮ କୋଭିଡ୍‌-୧୯ ଆକ୍ରାନ୍ତ; ୩୦୨ ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ପ୍ରାୟ ୧୫ ହଜାର ତଳକୁ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୧୪୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୦୨ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୮,୮୧,୧୭୯ରେ ପହଞ୍ଚିଛି।

Image Courtesy of The Indian Express

ଗତ ୨୪ ଘଣ୍ଟାରେ ହୋଇଥିବା ୩୦୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୨,୯୨୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୧,୩୭୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୨,୧୯,୮୯୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୪୮,୩୫୯।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୬,୫୨,୩୧,୩୮୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୬,୩୫,୬୯,୧୬୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧,୫୫,୧୪୭ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧.୨୨%।

ସମ୍ବନ୍ଧିତ ଖବର