୨୪ ଘଣ୍ଟାରେ ଭାରତରେ ୧୪,୩୪୮ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୮୦୫

୨୪ ଘଣ୍ଟାରେ ଭାରତରେ ୧୪,୩୪୮ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୮୦୫

Image Courtesy of The Financial Express

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୪ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୮ ଶହରୁ ସାମାନ୍ୟ ଅଧିକ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୩୪୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୦୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୪୬,୧୫୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୮୦୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୭,୧୯୧ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୧୯୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୬,୨୭,୬୩୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୬୧,୩୩୪। ୨୪୪ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୪,୮୨,୦୦,୯୬୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୭,୭୦୧,୦୯୩ ଡୋଜ୍‌ ଟିକା।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୮ ତାରିଖ ସୁଦ୍ଧା ସମୁଦାୟ ୬୦,୫୮,୮୫,୭୬୯ କୋଟି ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୨,୮୪,୫୫୨ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe