୧୫ ହଜାର ନିକଟବର୍ତ୍ତୀ ହେଲା ଦେଶରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ; ହ୍ରାସ ପାଉଛି ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧି ପାଇ ୧୫ ହଜାର ପାଖାପାଖି ହୋଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୭.୫୨% ଏବଂ ସାପ୍ତାହିକ ପଜିଟିଭିଟି ହାର ୪.୬୫% ଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୯୧୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୨ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୪,୯୧୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୬୮,୩୮୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୦୬୯ରେ ପହଞ୍ଚିଛ।

Image Courtesy of The Economic Times

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୨୩୮ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୬,୨୩,୮୦୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୫୪% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୭,୫୦୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୨୭%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୮,୨୫,୧୩,୫୩୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୦୪,୮୦,୩୭୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧,୯୮,୨୭୧ଟି ନମୁନା।

ସମ୍ବନ୍ଧିତ ଖବର