ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୫୭: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୬୨

ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୫୭: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୬୨

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୫୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୬୨ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୫୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୪,୬୫୯ କୋଟିରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୫୭ ହୋଇଥିବା  ରେକର୍ଡ କରାଯାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୨,୦୩୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୬୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।

publive-image Image Courtesy of Latestly

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୩,୨୬,୯୧୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୨୮,୫୮୪ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe