ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ଆହୁରି ବୃଦ୍ଧି ପାଇ ୧୬ ହଜାର ପାଖାପାଖି ଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୩.୪୭% ଏବଂ ସାପ୍ତାହିକ ପଜିଟିଭିଟି ହାର ୩.୯୦% ଥିବା ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୭୫୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୯ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୫,୭୫୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୩,୧୪,୬୧୮ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/08/cvi-16-1024x605.jpg)
ଗତ ୨୪ ଘଣ୍ଟାରେ ହୋଇଥିବା ୩୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୨୫୩ରେ ପହଞ୍ଚିଛ। ଏହାଛଡ଼ା, ଆଜିର ମୃତ୍ୟୁ ତାଲିକା କେରଳ ପିଛିଲା ଭାବେ ସଂଯୋଗ କରିଥିବା ଆଉ ୮ଜଣଙ୍କ ମୃତ୍ୟୁକୁ ହିସାବ କଲେ ଗତ ୨୪ ଘଣ୍ଟାରେ ରେକର୍ଡ ହୋଇଥିବା ମୃତ୍ୟୁସଂଖ୍ୟା ୪୭ ବୋଲି ଧରାଯିବ।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୮୧୩ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୬,୮୫,୫୩୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୫୮% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୧,୮୩୦ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୨୩%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୯,୨୭,୩୨,୬୦୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୧୮,୭୩,୦୫୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୫୪,୪୯୧ଟି ନମୁନା।