Image Courtesy of India TV News
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା କିଛି ପରିମାଣରେ ହ୍ରାସ ପାଇ ୧୬ ହଜାର ତଳକୁ ଚାଲି ଆସିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୮୧୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୬୮ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୫,୮୧୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୩୯,୩୭୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୬୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୯୯୬ରେ ପହଞ୍ଚିଛ।
Image Courtesy of Times of Indiaଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୮,୦୭୧ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୫,୯୩,୧୧୨।
ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ୪,୨୪୧ ହ୍ରାସ ପାଇ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୯,୨୬୪ ଥିବା ରେକର୍ଡ କରାଯାଇଛି। ଏହା ଦେଶର ସମୁଦାୟ ସଙ୍କ୍ରମଣର ୦.୨୭%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୭,୭୧,୬୨,୦୯୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
Follow Us