ଆଜି ଦେଶରେ ୧୫୯ ନୂଆ କୋଭିଡ୍‌-୧୯ ସଂକ୍ରମଣ; ୪ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୨୦୦ ତଳେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇ ୪ ହଜାର ତଳେ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ପିଛିଲା ଭାବେ କେରଳ ଯୋଗ କରିଥିବା ୩ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୫୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୪,୯୮୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କାହାରି ମୃତ୍ୟୁ ରେକର୍ଡ କରାଯାଇ ନ ଥିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୫୮ରେ ରହିଛି।

Image Courtesy of Zee News

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୦,୪୧୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୦୬ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

Image Courtesy of Zee News

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୭,୧୭,୪୭୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୫୯,୫୧୦ଟି ନମୁନା।

ସମ୍ବନ୍ଧିତ ଖବର