୨୪ ଘଣ୍ଟାରେ ଦେଶରେ ୧୫,୯୪୦ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୨୦ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୧୫,୯୪୦ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୨୦ଜଣ ମୃତ

Image Courtesy of Tribune India

ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ୮% ହ୍ରାସ ପାଇ ୧୬ ହଜାର ପାଖାପାଖି ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୯୪୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୦ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୫,୯୪୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୩୭୮,୨୩୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୯୭୪ରେ ପହଞ୍ଚିଛି।

publive-image Image Courtesy of Daily Excelsior

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨୪୨୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୬୧୪,୮୧।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୧୭୭୯।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୬,୯୪,୪୦,୯୩୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୦୨,୫୮,୧୩୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୬୩,୧୦୩ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe