ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୨ ହଜାର ତଳେ ଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୨ ହଜାର ତଳେ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୦୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୬୦୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୫୨,୨୬୬ରେ ପହଞ୍ଚିଛି।

publive-image Image Courtesy of Nikkei Asia

ଗତ ୨୪ ଘଣ୍ଟାରେ ହୋଇଥିବା ୮ଜଣକ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୯,୦୧୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୦୪,୯୩୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୭% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୩୧୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୪%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୬୩,୫୭,୪୪୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୭,୨୧୮ଟି ନମୁନା।