Image Courtesy of NDTV
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ୨ ହଜାର ତଳେ ଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୨ ହଜାର ତଳେ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୦୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୮ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୬୦୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୫୨,୨୬୬ରେ ପହଞ୍ଚିଛି।
Image Courtesy of Nikkei Asiaଗତ ୨୪ ଘଣ୍ଟାରେ ହୋଇଥିବା ୮ଜଣକ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୯,୦୧୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୦୪,୯୩୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୭% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୩୧୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୪%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୬୩,୫୭,୪୪୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୭,୨୧୮ଟି ନମୁନା।
Follow Us