ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା କିଛି ପରିମାଣରେ ହ୍ରସ ପାଇ ୧୬ ହଜାର ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୧୦୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୧୦୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୫୦୨,୪୨୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୧୯୯ରେ ପହଞ୍ଚିଛି।
Image Courtesy of India TV Newsଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩୯୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୮,୬୫୫,୧୯।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୧୭୧୧।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୭,୯୫,୭୨,୯୬୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୩୬,୬୬,୯୨୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୭୬,୭୨୦ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/07/cvi-2.jpg)