୨୪ ଘଣ୍ଟାରେ ଦେଶରେ ୧୬,୧୩୫ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୨୪ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୧୬,୧୩୫ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୨୪ଜଣ ମୃତ

Image Courtesy of The Times of India

ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଆଉ ସାମାନ୍ୟ ବୃଦ୍ଧି ପାଇଥିଲେ ବି ଗତକାଲି ଭଳି ୧୬ ହଜାର ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୧୩୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୪ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୧୩୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୫୧୮,୫୬୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୨୨୩ରେ ପହଞ୍ଚିଛି।

publive-image Image Courtesy of News 18

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩୯୫୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୮,୭୯୪,୭୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୩୮୬୪।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୭,୯୮,୨୧,୧୯୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୩୯,୯୯,୯୦୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୩୨,୯୭୮ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe