କମୁଛି ସଂକ୍ରମଣ ବଢୁଛି ମୃତ୍ୟୁ: ୨୪ ଘଣ୍ଟାରେ ଦେଶରେ ୧,୬୧,୩୮୬ କୋଭିଡ୍‌-୧୯ ଆକ୍ରାନ୍ତ; ୧୭୩୩ ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି, କିନ୍ତୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୧,୩୮୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୭୩୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୧୬,୩୦,୮୮୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୭୩୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୯୭,୯୭୫ରେ ପହଞ୍ଚିଛି।

Image Courtesy of Mint

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୮୧,୧୦୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୯୫,୧୧,୩୦୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬,୨୧,୬୦୩।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୭,୨୯,୪୨,୭୦୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୩,୨୪,୩୯,୯୮୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୭,୪୨,୭୯୩ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୯.୨୬%।

ସମ୍ବନ୍ଧିତ ଖବର