ନୂଆଦିଲ୍ଲୀ: ଦେଶରେ କ୍ରମଶଃ କରୋନାଭାଇରସ୍ଜନିତ ସକ୍ରିୟ ସଙ୍କ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ସକ୍ରିୟ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ ବୃଦ୍ଧି ପାଇଛି।
ଦେଶର ସମୁଦାୟ ସଂକ୍ରମିତଙ୍କ ମଧ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୦.୨୬% ଥିବା ବେଳେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ହାର ୯୮.୫୩% ରହିଛି। ସେହିପରି ଦୈନିକ ପଜିଟିଭିଟି ହାର ୩.୫୬% ରେକର୍ଡ କରାଯାଇଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୩.୮୪% ରେକର୍ଡ କରାଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬, ୧୫୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୮ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬, ୧୫୯ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୫୪୭,୮୦୯ରେ ପହଞ୍ଚିଛି।
Image Courtesy of Business Todayଗତ ୨୪ ଘଣ୍ଟାରେ ହୋଇଥିବା ୨୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୨୭୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫୩୯୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୯,୦୭୩,୨୭।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୫୨୧୨।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୮,୨୦,୮୬,୭୬୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୪୯,୦୫,୬୮୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୫୪,୪୬୫ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/07/cvii-4.jpg)