ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ବୁଧବାରଠାରୁ ସାମାନ୍ୟ ବୃଦ୍ଧି ପାଇ ପ୍ରାୟ ୧୬ ହଜାର ଉପରେ ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। ଗତ ଅଳ୍ପ କିଛି ଦିନ ହେବ ଦିଲ୍ଲୀ ଓ ମୁମ୍ବାଇ ଭଳି ସହରମାନଙ୍କରେ କୋଭିଡ୍-୧୯ ମାମଲାର ଦ୍ରୁତ ବୃଦ୍ଧି ପରିଲକ୍ଷିତ ହେଉଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୨୯୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୩ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୨୯୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୦୬,୯୯୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୫୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୮୭୯ରେ ପହଞ୍ଚିଛ।
Image Courtesy of Mintଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୪୩୧ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୫,୫୫,୦୪୧।
ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୫,୦୭୬ ଥିବା ରେକର୍ଡ କରାଯାଇଛି। ସକ୍ରିୟ ଆକ୍ରାନ୍ତ ହାର ହେଉଛି ଦେଶରେ ସମୁଦାୟ ସଂକ୍ରମିତଙ୍କ ୦.୨୮%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୭୨,୯୪୬,୫୯୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୯୨,୩୩,୨୫୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୫୬,୧୫୩ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/cvii-7.jpg)