ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସାମାନ୍ୟ ହ୍ରାସ ପାଇ ୨୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨.୫ ହଜାର ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୯,୯୨୪ରେ ପହଞ୍ଚିଛି।
Image Courtesy of The Financial Expressସେହିପରି, ପିଛିଲା ଭାବେ କେରଳର ୨ଜଣଙ୍କ ମୃତ୍ୟୁ ସାମିଲ କରିବାରୁ ଗତ ୨୪ ଘଣ୍ଟାରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୨୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୬,୭୮୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୨୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
Image Courtesy of Mintସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୧୩,୯୬,୧୪୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୬,୦୪୦ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/01/Corona-in-India-on-8th-January_Thumbnail.jpg)