ଆଜି ଦେଶରେ ୧୬୩ ନୂଆ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୯

ଆଜି ଦେଶରେ ୧୬୩ ନୂଆ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୯

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୧୭୦ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କିଛି କମି ଥିଲେ ବି ୩୫୦୦ ତଳେ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୬,୬୭୮ରେ ପହଞ୍ଚିଛି।

ସେହିପରି, ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨ଜଣ ଓ ଦିଲ୍ଲୀ ଜଣକର ମୃତ୍ୟୁ ରିପ‌ୋର୍ଟ କରାଯାଇଛି। ଏହାଛଡ଼ା, କେରଳ ପିଛିଲା ଭାବେ ୬ଜଣଙ୍କ ମୃତ୍ୟୁ ସଂଯୋଗ କରିବା ପରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୯୦କୁ ବୃଦ୍ଧି ପାଇଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୨,୬୦୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୦ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

publive-image Image Courtesy of Mint

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୦୨,୯୯,୯୦୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୨୫,୩୬୧ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe