ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୬,୪୮୮ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ୧୧୩ ଜଣଙ୍କର ମୃତ୍ୟୁ ଘଟିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୪୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୭୯,୯୭୯ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ ହୋଇଥିବା ୧୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୬,୯୩୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୭୭୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୭,୬୩,୪୫୧। ଏହି ହିସାବରେ ସମ୍ପ୍ରତି ଜାତୀୟ ସୁସ୍ଥତା ହାର ହେଉଛି ୯୭.୧୪%।

publive-image Image Courtesy of Hindustan Times

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୯,୫୯୦ରେ ରହିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୩୭,୫୬,୯୪୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨୬ ସୁଦ୍ଧା ସମୁଦାୟ ୨୧,୫୪,୩୫,୩୮୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୭୩,୯୧୮ଟି ନମୁନା।