୧୬ ହଜାର ଉପରେ ରହୁଛି ଦେଶରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ; ହ୍ରାସ ପାଉଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Advertisment
୧୬ ହଜାର ଉପରେ ରହୁଛି ଦେଶରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ; ହ୍ରାସ ପାଉଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Image Courtesy of You Tube       

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ଗୁରୁବାରଠାରୁ କିଛି ବୃଦ୍ଧି ପାଇ ସାଢ଼େ୧୬ ହଜାର ଉପରେ ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୫୬୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୯ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୫୬୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୨୩,୫୫୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୯୨୮ରେ ପହଞ୍ଚିଛ।

publive-image Image Courtesy of Times of India

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୦୫୩ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୫,୫୫,୦୪୧।

ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୩,୫୩୫ ଥିବା ରେକର୍ଡ କରାଯାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୭,୪୭,୧୯,୫୯୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୯୫,୩୭,୪୪୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୦୪,୧୮୯ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe