ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ୨୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇ ସାଢ଼େ ୪ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୩,୯୪୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୫ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୩୮ରେ ପହଞ୍ଚିଛି। ଏଥିରେ କେରଳ ପିଛିଲା ଭାବେ ୩ଜଣଙ୍କ ମୃତ୍ୟୁ ସାମିଲ କରିଛି।
/sambad/media/post_attachments/wp-content/uploads/2022/12/cvii-5.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୯,୦୫୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୫୫ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
/sambad/media/post_attachments/wp-content/uploads/2022/12/cvi-5.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୪,୮୦,୩୨୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୬୫,୨୩୩ଟି ନମୁନା।