୨୪ ଘଣ୍ଟାରେ ଦେଶରେ ୧,୬୬୦ କୋଭିଡ୍‌-୧୯ ଆକ୍ରାନ୍ତ; ୪୧୦୦ ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ କିଛି କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୬୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୧୦୦ ମୃତ୍ୟୁ ରେକର୍ଡ କରାଯାଇଛି। କେତେକ ରାଜ୍ୟ ପିଛିଲା ଭାବେ ମୃତ୍ୟୁସଂଖ୍ୟା ହିସାବ ଦେଇଥିବା ହେତୁ ଆଜି ମୃତ୍ୟୁସଂଖ୍ୟା ଅଧିକ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୮,୦୩୨ରେ ପହଞ୍ଚିଛି।

Image Courtesy of The Financial Express

ଗତ ୨୪ ଘଣ୍ଟାରେ ହୋଇଥିବା ୪୧୦୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୦,୮୫୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୩୪୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୮୦,୪୩୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬୭୪୧।

Image Courtesy of India TV

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୨,୫୭,୬୮,୪୭୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୬୩,୦୨,୭୧୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୫୮,୪୮୯ଟି ନମୁନା।

ସମ୍ବନ୍ଧିତ ଖବର