ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ୧୬୦ରୁ କିଛି ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ତଳେ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୫,୭୭୬ରେ ପହଞ୍ଚିଛି।
ସେହିପରି, ମହାରାଷ୍ଟ୍ରରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଓ ପିଛିଲା ଭାବେ କେରଳ ୩ଜଣଙ୍କ ମୃତ୍ୟୁ ଯୋଗ କରିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୬୭କୁ ବୃଦ୍ଧି ପାଇଛି।
Image Courtesy of Mintଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୧,୫୦୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୬୦୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
Image Courtesy of Aaj Takସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୯,୮୯,୦୫୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୧୯,୪୭୫ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/12/Corona-in-India-on-17th-December_Thumbnail.jpg)