କମୁଛି ସଂକ୍ରମଣ ବଢୁଛି ମୃତ୍ୟୁସଂଖ୍ୟା: ୨୪ ଘଣ୍ଟାରେ ଦେଶରେ ୧,୬୭,୦୫୯ କୋଭିଡ୍‌-୧୯ ଆକ୍ରାନ୍ତ; ୧୧୯୨ ଜଣ ମୃତ

Advertisment
କମୁଛି ସଂକ୍ରମଣ ବଢୁଛି ମୃତ୍ୟୁସଂଖ୍ୟା: ୨୪ ଘଣ୍ଟାରେ ଦେଶରେ ୧,୬୭,୦୫୯ କୋଭିଡ୍‌-୧୯ ଆକ୍ରାନ୍ତ; ୧୧୯୨ ଜଣ ମୃତ

Image Courtesy of Mint

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି, କିନ୍ତୁ ମୃତ୍ୟୁସଂଖ୍ୟା ସାମାନ୍ୟ ବୃଦ୍ଧି ପାଇ ଚାଲିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ମଙ୍ଗଳବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୭,୦୫୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧୯୨ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୧୪,୬୯,୪୯୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୧୯୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୯୬,୨୪୨ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୫୪,୦୭୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୯୨,୩୦,୧୯୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭,୪୩,୦୫୯।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୬,୬୮,୪୮,୨୦୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୩,୦୬,୯୭,୧୯୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୪,୨୮,୬୭୨ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧୧.୬୯%।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe