ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରାୟ ୧୬ହଜାରରୁ ବହୁତ ଅଧିକ ଥିବାବେଳେ ମୃତ୍ୟୁସଂଖ୍ୟା ୨ଶହରୁ ସାମାନ୍ୟ ଅଧିକ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୭୬୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୨୦ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୮,୩୮,୮୦୪ରେ ପହଞ୍ଚିଛି।
Image Courtesy of ANIଗତ ୨୪ ଘଣ୍ଟାରେ ହୋଇଥିବା ୨୨୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୧,୦୮୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭,୫୮୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୨,୬୬,୩୬୩।
Image Courtesy of Business Standardଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୧,୩୬୧।
ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍’ ସଂକ୍ରମଣ ସଂଖ୍ୟା ମଧ୍ୟ ୧,୨୭୦ରେ ପହଞ୍ଚିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୪,୫୪,୧୬,୭୧୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୭,୭୮,୭୮,୨୫୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୫୦,୮୩୭ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/12/Corona-in-India-on-31st-December_Thumbnail.jpg)