ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ କିଛି କମ୍‌ ରହିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୮୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୩ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୬,୩୭୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୮୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୭୫୫ରେ ପହଞ୍ଚିଛି।

publive-image Image Courtesy of Reuters

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୪୯୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୭୮,୦୮୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୧୫୩୦।

publive-image Image Courtesy of NDTV

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୨,୫୫,୭୫,୧୨୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୫୬,୪୪,୨୨୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୯୧,୪୨୫ଟି ନମୁନା।