୨୪ ଘଣ୍ଟାରେ ଭାରତରେ ୧୬,୮୬୨ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୩୭୯

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ ଯଥେଷ୍ଟ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ବହୁ ଅଧିକ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୮୬୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୭୯ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୩୭,୫୯୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୭୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୧,୮୧୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୩୯୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୩,୮୨,୧୦୦।

Image Courtesy of Deccan Herald

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୦୩,୬୭୮।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୭,୧୪,୩୮,୫୫୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୦,୨୬,୪୮୩ ଟିକା।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୧୪ ତାରିଖ ସୁଦ୍ଧା ସମୁଦାୟ ୫୮,୮୮,୪୪, ୬୭୩ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୧,୮୦,୧୪୮।

ସମ୍ବନ୍ଧିତ ଖବର