ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୧୭ ହଜାର ତଳେ; ସୁସ୍ଥତା ହାର ୯୮.୪୬%

ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୧୭ ହଜାର ତଳେ; ସୁସ୍ଥତା ହାର ୯୮.୪୬%

Image Courtesy of News18

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଉଲ୍ଲେଖଯୋଗ୍ୟ ସଂଖ୍ୟାରେ ହ୍ରାସ ପାଇ ୧୭ ହଜାର ତଳକୁ ଖସି ଆସିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୮୬୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୧ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୮୬୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୯,୦୫,୬୨୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୦୭୪ରେ ପହଞ୍ଚିଛ।

publive-image Image Courtesy of Onmanorama

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୧୪୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୨,୨୮୬,୭୦।

ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୮୭୭ ରେକର୍ଡ କରାଯାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୨,୧୭,୬୬,୬୧୫ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୨୭,୫୯,୮୧୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୩୯,୭୫୧ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe