ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୬୯: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧୬

ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୬୯: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧୬

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୬୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧୬କୁ ବୃଦ୍ଧି ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୫,୬୧୯ କୋଟିରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ କର୍ଣ୍ଣାଟକରୁ ୧ଟି ମୃତ୍ୟୁ ରିପୋର୍ଟ କରାଯିବା ପରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୬୪ ହୋଇଥିବା  ରେକର୍ଡ କରାଯାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୨,୮୩୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧୬କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।

publive-image Image Courtesy of Business Standard

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୩,୬୮,୧୨୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୦୭,୬୩୧ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe