ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ସଂକ୍ରମଣ ସଂଖ୍ୟା ଗତକାଲି ଅପେକ୍ଷା ୨୧.୫୩% ଅଧିକ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ହୋଇଥିବା ପଜିଟିଭିଟି ହାର ୩.୬୮% ହୋଇଥିବା ବେଳେ ସାପ୍ତାହିକ ସଂକ୍ରମଣହାର ୪.୩୬% ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ୱେବ୍ସାଇଟ୍ରୁ ଜଣାପଡ଼ିଛି। ଆଜି ଜାତୀୟସ୍ତରରେ ସୁସ୍ଥତାହାର ୯୮.୪୯% ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୯୦୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୫ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୯୦୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୬,୬୯,୮୫୦ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/07/cvi-10.jpg)
ଗତ ୨୪ ଘଣ୍ଟାରେ ହୋଇଥିବା ୪୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୫୧୯ରେ ପହଞ୍ଚିଛି। ରେକର୍ଡ ହୋଇଥିବା ୪୫ ମୃତ୍ୟୁରୁ ୧୭ଟି କେରଳର ହୋଇଥିବା ବେଳେ ମହାରାଷ୍ଟ୍ରରେ ୧୩ଟି, ପଶ୍ଚିମବଙ୍ଗର ୫ଟି, ଗୁଜରାଟରେ ଗୋଟିଏ ବୋଲି ଜଣାପଡ଼ିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫୪୪୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୦,୧୧୮,୭୪।
ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୨,୧୫୭ ରହିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୯,୧୨,୭୯,୦୧୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୭୭,୬୯,୫୭୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୫୯,୩୦୨ଟି ନମୁନା।