ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ୧୬,୯୩୫କୁ ହ୍ରାସ; ତାମିଲନାଡୁ, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗରେ ଅଧିକ ନୂତନ ସଂକ୍ରମଣ

ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ୧୬,୯୩୫କୁ ହ୍ରାସ; ତାମିଲନାଡୁ, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗରେ ଅଧିକ ନୂତନ ସଂକ୍ରମଣ

Image Courtesy of First Post

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ଯଥେଷ୍ଟ ହ୍ରାସ ପାଇ ୧୭ ହଜାର ପାଖାପାଖି ରହିଛି। ଦୀର୍ଘ ୧୬୧ ଦିନ ପରେ ଆଜି ଦୈନିକ ପଜିଟିଭିଟି ହାର ୬% ଟପିଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୯୩୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୧ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୯୩୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୭,୬୭,୫୩୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ତାମିଲନାଡୁ, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗରେ ଅଧିକ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୫୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୭୬୦ରେ ପହଞ୍ଚିଛି। ରେକର୍ଡ ହୋଇଥିବା ୫୧ ମୃତ୍ୟୁରୁ ୨୫ଟି କେରଳର ହୋଇଥିବା ବେଳେ ପଶ୍ଚିମବଙ୍ଗର ୫ଟି, ଆସାମ, ମହାରାଷ୍ଟ୍ର ଏବଂ ଉତ୍ତର ପ୍ରଦେଶରେ ୩ଟି ଲେଖାଏଁ, ଛତିଶଗଡ଼, ଦିଲ୍ଲୀ, କର୍ଣ୍ଣାଟକ, ମଣିପୁର, ନାଗାଲାଣ୍ଡ, ପଞ୍ଜାବ, ସିକିମ୍‌ ଏବଂ ତାମିଲନାଡୁ‌ର ଗୋଟିଏ ଲେଖାଏଁ ବୋଲି ଜଣାପଡ଼ିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬,୦୬୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୦,୯୭୫,୧୦।

ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୪,୨୬୪ ରହିଛି। ସକ୍ରିୟ ସଂକ୍ରମଣର ସଂଖ୍ୟା ହେଉଛି ସମୁଦାୟ ସଂକ୍ରମଣର ୦.୩୩%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୦,୦୪,୬୧,୦୯୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୯୬,୮୭,୧୦୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୬୧,୪୭୦ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe