ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇ ମଧ୍ୟ ୨୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨.୫ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୭୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୦,୦୯୪ରେ ପହଞ୍ଚିଛି।
Image Courtesy of Times of Indiaସେହିପରି, ମଧ୍ୟପ୍ରଦେଶରୁ ୧ଜଣକ ମୃତ୍ୟୁ ରେକର୍ଡ କରାଯିବାରୁ ଗତ ୨୪ ଘଣ୍ଟାରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୨୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୭,୦୦୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୭୧ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
Image Courtesy of Rediff.comସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୧୪,୦୬,୪୮୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୮୫,୨୮୨ଟି ନମୁନା।
Follow Us