୨୪ ଘଣ୍ଟାରେ ଦେଶରେ ୧୭,୦୭୩ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୨୧ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୧୭,୦୭୩ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୨୧ଜଣ ମୃତ

Image Courtesy of Mint

ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲିଠାରୁ ୪୫% ବୃଦ୍ଧି ପାଇ ୧୭ ହଜାର ଟପିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭,୦୭୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୧ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୭,୦୭୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୪୦୭,୦୪୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୦୨୦ରେ ପହଞ୍ଚିଛି।

publive-image Image Courtesy of Business Standard

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫୨୦୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୮୭୬,୦୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୪୪୨୦।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୭,୧୧,୯୧,୩୨୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୧୦,୧୫,୬୮୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୦୩,୬୦୪ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe