ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ୧୮୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨.୫ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୭୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୦,୩୮୬ରେ ପହଞ୍ଚିଛି।
ସେହିପରି, ଦିଲ୍ଲୀରୁ ୧ଜଣକ ମୃତ୍ୟୁ ରେକର୍ଡ କରାଯିବାରୁ ଗତ ୨୪ ଘଣ୍ଟାରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୨୨ରେ ପହଞ୍ଚିଛି।
Image Courtesy of ANIଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୭,୩୨୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୪୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
Image Courtesy of ABPସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୧୫,୧୪,୬୮୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୮୦,୯୨୬ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/01/Corona-in-India-on-11th-January_Thumbnail.jpg)