୨୪ ଘଣ୍ଟାରେ ଦେଶରେ ୧,୭୨,୪୩୩ କୋଭିଡ୍‌-୧୯ ଆକ୍ରାନ୍ତ; ୧୦୦୮ ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୧,୭୨,୪୩୩ କୋଭିଡ୍‌-୧୯ ଆକ୍ରାନ୍ତ; ୧୦୦୮ ଜଣ ମୃତ

Image Courtesy of Free Press Journal

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇବା ସହ ମଝିରେ ମଝିରେ କମ୍‌-ବେଶି ହେଉଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୨,୪୩୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦୦୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଅପେକ୍ଷା ଆଜିର ସଂକ୍ରମଣ ହାର ୬.୮% ଅଧିକ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୧୮,୦୩,୩୧୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୦୦୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୯୮,୯୮୩ରେ ପହଞ୍ଚିଛି।

publive-image Image Courtesy of India India Today

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୫୯,୧୦୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୯୭,୭୦,୪୧୪।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫,୩୩,୯୨୧।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୭,୮୭,୯୩,୧୩୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୩,୨୪,୩୯,୯୮୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୭,୪୨,୭୯୩ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧୦.୯୯%।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe