ପୁଣି ବଢ଼ିଚାଲିଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୧୭,୩୩୬ ଜଣ ଆକ୍ରାନ୍ତ; ୧୩ଜଣ ମୃତ

ପୁଣି ବଢ଼ିଚାଲିଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୧୭,୩୩୬ ଜଣ ଆକ୍ରାନ୍ତ; ୧୩ଜଣ ମୃତ

Image Courtesy of The Financial Express

ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ୩୦% ବୃଦ୍ଧି ପାଇ ୧୭ ହଜାର ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭,୩୩୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୩ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୭,୩୩୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୩୬୨୨୯୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୯୫୪ରେ ପହଞ୍ଚିଛି।

publive-image Image Courtesy of The Financial Express

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩୦୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୪୯୦,୫୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮୮୨୮୪।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୬,୭୭,୩୩,୨୧୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe