ଆଜି ଦେଶରେ ୧୭୬ ନୂଆ କୋଭିଡ୍‌-୧୯ ସଂକ୍ରମଣ; ଜଣେ ଆକ୍ରାନ୍ତ ମୃତ

ଆଜି ଦେଶରେ ୧୭୬ ନୂଆ କୋଭିଡ୍‌-୧୯ ସଂକ୍ରମଣ; ଜଣେ ଆକ୍ରାନ୍ତ ମୃତ

Image Courtesy of The Indian Express

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୧୭୦ରୁ ଅଧିକ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ତଳେ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୭୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୫,୯୫୨ରେ ପହଞ୍ଚିଛି।

ସେହିପରି, ମହାରାଷ୍ଟ୍ରରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଓ ପିଛିଲା ‌ଭାବେ କେରଳ ୪ଜଣଙ୍କ ମୃତ୍ୟୁ ଯୋଗ କରିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୭୨କୁ ବୃଦ୍ଧି ପାଇଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୧,୭୨୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୫୫୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୦୦,୩୬,୭୮୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୧୪,୭୯୨ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe