୨୪ ଘଣ୍ଟାରେ ଦେଶରେ ୧,୭୬୧ କୋଭିଡ୍‌-୧୯ ଆକ୍ରାନ୍ତ; ୧୨୭ ଜଣ ମୃତ

୨୪ ଘଣ୍ଟାରେ ଦେଶରେ ୧,୭୬୧ କୋଭିଡ୍‌-୧୯ ଆକ୍ରାନ୍ତ; ୧୨୭ ଜଣ ମୃତ

Image Courtesy of Mint

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ ଯଥେଷ୍ଟ କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୬୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୨୭ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୭,୮୪୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୪୭୯ରେ ପହଞ୍ଚିଛି।

publive-image Image Courtesy of Bloomberg Quint

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩,୧୯୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୬୫,୧୨୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୬୨୪୦।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୧,୨୧,୧୧,୬୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୨୬,୬୦,୬୫୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୩୧,୯୭୩ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe