ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ କିଛି କମ୍‌ ରହିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୭୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୨ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୨,୭୪୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୬୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୬୦୫ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୫୪୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୭୩,୦୫୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୩୦୮୭।

publive-image Image Courtesy of Mint

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୧,୮୯,୧୫,୨୩୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୪୨,୯୦,୮୪୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୭୭,୨୧୮ଟି ନମୁନା।