ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଥିଲେ ବି ୨ ଶହ ତଳେ ରହିଛି ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ପୁଣି କିଛି ହ୍ରାସ ପାଇ ୨୩୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୭୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୦,୯୩୬ରେ ପହଞ୍ଚିଛି।
Image Courtesy of The Printଗତ ୨୪ ଘଣ୍ଟାରେ କୌଣସି କୋଭିଡ୍-୧୯ଜନିତ ମୃତ୍ୟୁ ରେକର୍ଡ କରାଯାଇ ନ ଥିବାରୁ ମୃତ୍ୟୁସଂଖ୍ୟା ୫,୩୦,୭୨୫ରେ ଅପରିବର୍ତ୍ତିତ ରହିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୭,୯୮୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୨୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।
Image Courtesy of NDTVସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୧୬,୭୮,୫୪୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୭୪,୪୬୭ଟି ନମୁନା।
Follow Us