ବଢ଼ି ଚାଲିଛି ସଂକ୍ରମଣ ଧାରା: ୨୪ ଘଣ୍ଟାରେ ଦେଶରେ ୧,୭୯,୭୨୩ କୋଭିଡ୍‌-୧୯ ଆକ୍ରାନ୍ତ; ୧୪୬ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବିସ୍ତାର ହାର କମ୍ ରହିବା ପରେ ପୁନଶ୍ଚ ସଂକ୍ରମଣ ବେଗ ଦ୍ରୁତ ବୃଦ୍ଧି ପାଇ ବ୍ୟାପକ ହେବାରେ ଲାଗିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୯,୭୨୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୪୬ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ହାର ୧୨.୬% ଅଧିକ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୫୭,୦୭,୭୨୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୪୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୩,୯୩୬ରେ ପହଞ୍ଚିଛି।

Image Courtesy of Tribune India

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୬,୫୬୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୫,୦୦,୧୭୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭,୨୩,୬୧୯।

ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୪,୦୦୩ରେ ପହଞ୍ଚିଛି।

Image Courtesy of India TV News

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୫୧,୯୪,୦୫,୯୫୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୯,୧୫,୭୫,୩୫୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୩,୫୨,୭୧୭ଟି ନମୁନା। ଦେଶରେ ଦୈନିକ ପଜିଟିଭିଟି ହାର ୧୩.୨୯% ରହୁଛି।

ସମ୍ବନ୍ଧିତ ଖବର