ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୨୦୦ରୁ କମ୍ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୦କୁ ବୃଦ୍ଧି ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୮୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୫,୭୯୯ କୋଟିରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୌଣସି ମୃତ୍ୟୁ ରେକର୍ଡ କରାଯାଇ ନ ଥିବାର ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୬୪ରେ ଅପରିବର୍ତ୍ତିତ ରହିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୨,୯୪୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୦କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।
Image Courtesy of Business Standardସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୩,୭୪,୮୪୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୦୬,୧୨୬ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/02/Corona-in-India-on-25th-February_Thumbnail.jpg)